ଅକ୍ଟୋବର ଶେଷ ସପ୍ତାହରେ ସ୍କୁଲ ନିଷ୍ପତ୍ତି

ଅକ୍ଟୋବର ଶେଷ ସପ୍ତାହରେ ସ୍କୁଲ ନିଷ୍ପତ୍ତି

ଅକ୍ଟୋବର ଶେଷ ସପ୍ତାହରେ ସ୍କୁଲ ନିଷ୍ପତ୍ତି
ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ଖୋଲିବା ନେଇ ଅକ୍ଟୋବର ଶେଷ ସପ୍ତାହରେ ବିଚାର କରାଯିବ । ଅକ୍ଟୋବରର କରୋନା ସ୍ଥିତି ଦେଖି ରାଜ୍ୟ ସରକାର ଏନେଇ ନିଷ୍ପତ୍ତି ନେବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିଜର ପ୍ରତିକ୍ରିୟା ରଖି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ପୂଜା ପର୍ଯ୍ୟନ୍ତ ସ୍କୁଲ କଲେଜ ଖୋଲିବ ନାହିଁ । ଆସନ୍ତା ୨୬ରେ ଦୁର୍ଗାପୂଜା । ଅର୍ଥାତ ଅକ୍ଟୋବରରେ ଖୋଲିବ ନାହିଁ । ଅକ୍ଟୋବର ମାସର ସ୍ଥିତି ଦେଖି ସ୍କୁଲ ଖୋଲିବାକୁ ବିଚାର କରାଯିବ । ଅକ୍ଟୋବର ଶେଷ ସପ୍ତାହରେ ଏନେଇ ରାଜ୍ୟ ସରକାର ବିଚାର କରିବେ । ସ୍କୁଲ ଖୋଲିବାର ଆବଶ୍ୟକତା ଅଛି, ଏଥିରେ ସନେ୍ଦହ ନାହିଁ । ତେବେ ଆମ ପାଇଁ ପିଲାଙ୍କ ସ୍ୱାସ୍ଥ୍ୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । କରୋନା ସ୍ଥିତି ଦେଖି ଯାହା ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।