ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
ନୂଆଦିଲ୍ଲୀ:ଆଜିଠାରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି । ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆଜିଠାରୁ ଚଳିତ ଦଶକର ପ୍ରଥମ ଅଧିବେଶନ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଭାରତର ଭବିଷ୍ୟତ ଲାଗି ଏହି ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ । ସଂସଦ ଭଳି ପବିତ୍ର ସ୍ଥାନର ସଦୁପଯୋଗ ଜରୁରି ରହିଛି । ୨୦୨୦ରୁ ମିନି ବଜେଟ ଧାରା ଆରମ୍ଭ ହୋଇଛି । ଅଧିବେଶନ କାଳ ଭଲରେ କଟିବ ବୋଲି ପ୍ରଧାନମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।