ଆଜି ଦେଶରେ ୨୩୬ ନୂଆ କୋଭିଡ୍-୧୯ ସଂକ୍ରମଣ
ଆଜି ଦେଶରେ ୨୩୬ ନୂଆ କୋଭିଡ୍-୧୯ ସଂକ୍ରମଣ
ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ପୁଣି କିଛି ବୃଦ୍ଧି ପାଇ ୨୩୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ଥିଲେ ବି ୩୫୦୦ ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୩୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୩୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୭,୧୦୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ କେରଳ ପିଛିଲା ଭାବେ ୧ଜଣଙ୍କର ମୃତ୍ୟୁ ସଂଯୋଗ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୯୩କୁ ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୨,୯୮୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୨୪ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।




admin 