ଆଜି ଦେଶରେ ୬,୨୯୮ ଜଣ ନୂଆ ସଂକ୍ରମିତ ଚିହ୍ନଟ
ଆଜି ଦେଶରେ ୬,୨୯୮ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା ୧୦ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୬,୨୯୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୬,୪୨୨ ଥିଲା । ଦେଶରେ ସଂକ୍ରମଣ କମୁଥିବାବେଳେ, ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୫,୯୧୬ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୪୭,୭୫୬ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୬,୭୪୮ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୮୯%କୁ ବୃଦ୍ଧି ପାଇଛି । ସାପ୍ତାହିକ ପଜିଟିଭ ହାର ୧.୭୦% ରହିଛି । ଆଜି ପର୍ୟ୍ୟନ୍ତ ୫,୨୮,୨୭୩ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୦୯ କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଦିନକରେ କେବଳ ୩,୩୩,୯୬୪ଟି ଟେଷ୍ଟିଂ ହୋଇଛି ।