ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
ଭୁବନେଶ୍ୱର: ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ, ରାଜ୍ୟ ପ୍ରଭାରୀ ଓ ସହ ପ୍ରଭାରୀ ଯୋଗ ଦେବେ । ଏଥି ସହ ସମସ୍ତ ସାଂସଦ, ବିଧାୟକ, ରାଜ୍ୟ ପଦାଧିକାରୀ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯୋଗ ଦେବେ । କରୋନା କଟକଣାକୁ ଆଖି ଆଗରେ ରଖି ବୈଠକ ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହେବ । ଏହାର ଅବ୍ୟବହିତ ପୂର୍ବରୁ ସନ୍ଧ୍ୟାରେ ବିଜେପିର ରାଜ୍ୟ ପଦାଧିକାରୀମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟରେ ବୃଦ୍ଧି ପାଉଥିବା ଆଇନଶୃଙ୍ଖଳା ପରିସ୍ଥିତି, ଧାନମଣ୍ଡି ଓ କୃଷକ ସମସ୍ୟା, ମହିଳା ଏବଂ ଶିଶୁ ନର୍ଯାତନା ଡିଏମଏଫ ଓ କାମ୍ପା ଫଣ୍ଡ ଦୁର୍ନୀତି, ମହାମାରୀ କୋଭିଡ ପରିଚାଳନା ତ୍ରୁଟି ଓ ଦୁର୍ନୀତି, ବାଲି ଦୁର୍ନୀତି, ସୀମା ବିବାଦ, ତ୍ରୁଟିପୂର୍ଣ୍ଣ ଶିକ୍ଷା ନୀତି, ପାନୀୟ ଜଳ ସମସ୍ୟା, ଗୋ ସୁରକ୍ଷା ଆଦି ପ୍ରସଙ୍ଗ ସମେତ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ସମ୍ପର୍କରେ ଆଲୋଚନା ହୋଇଛି । କୋଭିଡ ମହାମାରୀ ସମୟରେ ମୋଦି ସରକାରଙ୍କ ବଳିଷ୍ଠ ନେତୃତ୍ୱ ଓ ପଦକ୍ଷେପ କାରଣରୁ ଭାରତ ବର୍ଷ ସମଗ୍ର ବିଶ୍ୱରେ ପ୍ରଶଂସାର ଅଧିକାରୀ ହୋଇପାରିଛି । ଏହା ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଶୌଚାଳୟ ନିର୍ମାଣ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଓଡ଼ିଶା ପାଇଁ ମୋଦିଙ୍କର ନିଷ୍ଠା ଓ ପ୍ରତିବଦ୍ଧତା ପ୍ରମାଣିତ ହୋଇଛି । ଆଜି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏ ସବୁ ମୁଖ୍ୟ ପ୍ରସଙ୍ଗ ହେବ ।