ଆଜି ରାଜ୍ୟରେ ୨୨ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜି ରାଜ୍ୟରେ ୨୨ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୫ ଜଣ, କଟକ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ଦେବଗଡ଼ ଓ ଯାଜପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୩ ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୭୨୮ଜଣ ସୁସ୍ଥ ହୋଇଛନ୍ତି।