ଆଜି ରାଜ୍ୟରେ ୭୭ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜି ରାଜ୍ୟରେ ୭୭ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର: ରାଜ୍ୟରେଗତ ୨୪ ଘଣ୍ଟା ମଧ୍ୟରେ ୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ଜିଲ୍ଲାରେ ଆକ୍ରାନ୍ତ ହୋଇଥିବା ସଂକ୍ରମିତଙ୍କ ମଧ୍ୟ ସୁନ୍ଦରଗଡ଼ରୁ ୨୧ ଜଣ, ସମ୍ବଲପୁରରୁ ୧୦ ଜଣ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୯ ଜଣ ଲେଖାଁଏ, କଟକରୁ ୫ ଜଣ, ବରଗଡ଼, ଦେବଗଡ଼ ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଁଏ, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୦୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୫୫୯୪ ଜଣ ସୁସ୍ଥ ହୋଇଛନ୍ତି ।




admin 