ଆଜି ରାଜ୍ୟରେ ୯୫ କୋଭିଡ୍ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ରାଜ୍ୟରେ ୯୫ କୋଭିଡ୍ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ରାଜ୍ୟରେ  ୯୫ କୋଭିଡ୍ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ


ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୦୫୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।


୨୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୬ ଜଣ, ଖୋର୍ଦ୍ଧାରୁ ୧୫ ଜଣ, କଟକରୁ ୧୦ ଜଣ, ବାଲେଶ୍ବରରୁ ୭ ଜଣ, କଳାହାଣ୍ଡି, ମୟୂରଭଞ୍ଜ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୫ ଜଣ ଲେଖାଁଏ, ଜଗତସିଂହପୁର, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ, ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଭଦ୍ରକ, ବଲାଙ୍ଗୀର, ଦେବଗଡ଼, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୦୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୨୦୫ଜଣ ସୁସ୍ଥ ହୋଇଛନ୍ତି ।