ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି : ନବୀନ ପଟ୍ଟନାୟକ

ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି : ନବୀନ ପଟ୍ଟନାୟକ

ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ  ଆମର ସବୁଠାରୁ ବଡ ଶକ୍ତି :  ନବୀନ ପଟ୍ଟନାୟକ

ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତାରେ କହିଛନ୍ତି, ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର। ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା ।

ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ ।

ବନ୍ୟା  ବାତ୍ୟା ମରୁଡି  ଲାଗି ରହି ଥିଲା ଗରିବୀ  ବହୁ  ଅଧିକ  ଥିଲା.

ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା। ସେତେବେଳେ  ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ  ବହୁତ  କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?

ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ  ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା।   ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି କୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ ।

ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି  ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି ।  ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି।  ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ  ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି।  ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ।   ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ ।  ଏଥିପାଇଁ  ହାରାହାରି 13୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ।   ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି।   ଆଜି ଓଡିଶା ଆତ୍ମବିଶ୍ବାସର ସହ ଆଗକୁ ବଢୁଛି । ସଶକ୍ତ ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ ।

ସରକାରୀ  କର୍ମଚାରୀ ମାନଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ।  ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ – ଟିମ୍‌ ୱାର୍କ, ଟେକ୍‌ନୋଲୋଜି, ଟ୍ରାନ୍‌ସପ୍ୟାରେନ୍‌ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ।  ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ।

ବନ୍ଦେ ଉତ୍କଳ ଜନନୀ