ଉତ୍ତରପ୍ରଦେଶ ବାରବାଙ୍କୀରେ ଦୁର୍ଘଟଣା, ୯ ମୃତ
ଉତ୍ତରପ୍ରଦେଶ ବାରବାଙ୍କୀରେ ଦୁର୍ଘଟଣା, ୯ ମୃତ
ଲକ୍ଷ୍ନୌ : ଉତ୍ତରପ୍ରଦେଶର ବାରବାଙ୍କୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ହୋଇଯାଇଛି। ଏକ ଯାତ୍ରୀବାହୀ ବସକୁ ଟ୍ରକ୍ ଧକ୍କା ଦେବାରୁ ଏପରି ଭୟଙ୍କର ଦୁର୍ଘଟଣା ଘଟିଛି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁସାରେ,ଉତ୍ତରପ୍ରଦେଶର ଅଠରବାଙ୍କୀ ଦେବାନ ଥାନା ଅଞ୍ଚଳରେ ଏ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସଟି ଅଯୋଧ୍ୟା ରୋଡ ଆଡୁ ଆସୁଥିବା ସମୟରେ ସାମ୍ନା ପଟୁ ଆସୁଥିବା ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା । ପରେ ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ଘଟିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲା ।ହେଲେ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଲକ୍ଷ୍ନୌ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ, ଏ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରି ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।




admin 