ଏଣିକି ୨୦ ଜଣଙ୍କୁ ନେଇ ହୋଇପାରିବ ଘରକୁ ଘର ପ୍ରଚାର

ଏଣିକି ୨୦ ଜଣଙ୍କୁ ନେଇ ହୋଇପାରିବ ଘରକୁ ଘର ପ୍ରଚାର

ଏଣିକି ୨୦ ଜଣଙ୍କୁ ନେଇ ହୋଇପାରିବ ଘରକୁ ଘର ପ୍ରଚାର

 ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନକୁ ନେଇ ଜାରି ହୋଇଛି ନୂଆ ନିର୍ଦେଶନାମା। ନିର୍ବାଚନ ପ୍ରଚାରକୁ କୋହଳ କରାଯାଇଛି।  ଏନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ପୂର୍ବରୁ  ୫ ଜଣଙ୍କୁ ନେଇ ଡୋର ଟୁ ଡୋର କ୍ୟାମ୍ପେନିଂ ପାଇଁ ଅନୁମତି ଦିଆଯାଇଥିବାବେଳେ ଏବେ ତାହାକୁ ପରିବର୍ତ୍ତନ କରାଯାଇଛି । ଏବେ ୨୦ ଜଣଙ୍କୁ ନେଇ ଡୋର ଟୁ ଡୋର କ୍ୟାମ୍ପେନିଂ ପାଇଁ ଅନୁମତି ଦିଆଯାଇଛି । ଏହାଛଡ଼ା ୩୦୦ ଲୋକଙ୍କୁ ନେଇ ରାଜନୈତିକ ସଭା କରାଯାଇପାରିବ ବୋଲି କୁହାଯାଇଛି। ପୂର୍ବପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ କଟକଣା ବଳବତ୍ତର ରହିଛି। 

ପୂର୍ବରୁ କ’ଣ ଥିଲା ଗାଇଡଲାଇନ

ପଥପ୍ରାନ୍ତ ପ୍ରଦର୍ଶନ, ପଦଯାତ୍ରା, ସାଇକେଲ, ମୋଟରସାଇକେଲ, ଯାନ ପଟୁଆରକୁ ଅନୁମତି ନାହିଁ । ରାଜନୈତିକ ଦଳ କିମ୍ବା ସମ୍ଭାବ୍ୟ ପ୍ରାର୍ଥୀ ବା ନିର୍ବାଚନରେ ସଂପୃକ୍ତ କୌଣସି ଗୋଷ୍ଠୀଙ୍କର ସମାବେଶ ନିଷିଦ୍ଧ । କୋଭିଡ ସୁରକ୍ଷା ଦୃଷ୍ଟିରୁ  ଡିଜିଟାଲ, ମୋବାଇଲ ମାଧ୍ୟମରେ ପ୍ରଚାର । ସର୍ବାଧିକ ୫ ଜଣ ଲୋକଙ୍କ ସହିତ ପ୍ରାର୍ଥୀମାନେ ଘରକୁ ଘର ବୁଲି ପ୍ରଚାର କରିପାରିବେ ।ଭୋଟ ଗଣତି ପରେ କୌଣସି ବିଜୟ ଶୋଭାଯାତ୍ରା କରିବେ ନାହିଁ । ଯଦି କୌଣସି ପ୍ରାର୍ଥୀ କିମ୍ବା ରାଜନୈତିକ ଦଳ କୋଭିଡ଼ ଗାଇଡ ଲାଇନ ଖିଲାପ କରନ୍ତି, ତାହେଲେ ବିପର୍ୟ୍ୟୟ ପରିଚାଳନା ଆଇନ ୨୦୦୫ର ଧାରା ୫୧ - ୬୦ ଅନୁଯାୟୀ ଦଣ୍ଡିତ ହେବେ । ସମ୍ପୂର୍ଣ୍ଣ କୋଭିଡ ଟିକା ନେଇଥିବା ଏବଂ ନେଗେଟିଭ  ଟେଷ୍ଟ ରିପୋର୍ଟ ଥିବା ବ୍ୟକ୍ତି ଭୋଟ ଗଣତି କେନ୍ଦ୍ରକୁ ପ୍ରବେଶ କରି ପାରିବେ । 

ପାଞ୍ଚୋଟି ପର୍ୟ୍ୟାୟରେ ରାଜ୍ୟରେ ଅନୁଷ୍ଠିତ ହେବ ପଞ୍ଚାୟତ ନିର୍ବାଚନ ।  ଆସନ୍ତା ୧୬ ତାରିଖରେ ଆରମ୍ଭ ହେବ ପ୍ରଥମ ପର୍ୟ୍ୟାୟ ମତଦାନ । ସକାଳ ୭ରୁ ଅପରାହ୍ନ ୧ ଯାଏଁ ପଡିବ ଭୋଟ  । ଫେବୃଆରୀ ୧୬,୧୮,୨୦, ୨୨, ୨୪ରେ ତାରିଖରେ ଭୋଟ ଗ୍ରହଣ କରାଯିବ  ।  ଫେବୃଆରୀ ୨୬, ୨୭ ଓ ୨୮ ତାରିଖରେ ଭୋଟ ଗଣତି କରାଯିବ ।  ଜାନୁଆରୀ ୧୭ରୁ ୨୧ ପର୍ୟ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ  । ୨୨ ଜାନୁଆରୀରେ ପ୍ରାର୍ଥୀପତ୍ର ହେବ ଯାଞ୍ଚ   । ୨୫ ଜାନୁଆରୀରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ  ।

ପ୍ରଥମ ପର୍ୟ୍ୟାରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକ, ୨୦୨ ଜିଲ୍ଲା ପରିଷଦ ଜୋନ୍, ୧୬ଶହ ୬୯ଟି ପଞ୍ଚାୟତ ଓ ୨୨ହଜାର ୩୭୯ ବୁଥ୍ରେ ନିର୍ବାଚନ ହେବ । ଦ୍ବିତୀୟ ପର୍ୟ୍ୟାୟରେ ୩୦ ଜିଲ୍ଲାର ୬୮ଟି ବ୍ଲକ, ୧୮୬ ଜିଲ୍ଲା ପରିଷଦ ଜୋନ୍, ୧୫୧୪ ଗ୍ରାମପଞ୍ଚାୟତ ଓ ୨୦ହଜାର ୪୩୬ ବୁଥ୍ରେ ଭୋଟ୍ ଗ୍ରହଣ କରାଯିବ । ତୃତୀୟ ପର୍ୟ୍ୟାୟରେ ୨୯ଟି ଜିଲ୍ଲାର ୬୩ଟି ବ୍ଲକ, ୧୭୧ ଜିଲ୍ଲା ପରିଷଦ, ୧୩୮୨ ଗ୍ରାମପଞ୍ଚାୟତ, ୧୮୪୯୫ ବୁଥ୍ରେ ଭୋଟ୍ ହେବ ।