ଏହି ଅଂଚଳକୁ କଂଟେନମେଂଟ ଜୋନ୍ ଘୋଷଣା

ଏହି ଅଂଚଳକୁ କଂଟେନମେଂଟ ଜୋନ୍ ଘୋଷଣା

ଏହି ଅଂଚଳକୁ କଂଟେନମେଂଟ ଜୋନ୍ ଘୋଷଣା
ରାୟଗଡା : ପୁଣି ନିଜର କାୟା ବିସ୍ତାର କରି ଚାଲିଛି କରୋନା। ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି । ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ରାଜ୍ୟରେ କରୋନା ଚିତ୍ର ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ରାଣୀଗୁଡା ଫାର୍ମରେ ଥିବା ସାଇ ଅମୃତା ଆପାର୍ଟମେଂଟରେ କଟକଣା ଲାଗୁ କରାଯାଇଛି । ଏହି ଆପାର୍ଟମେଂଟକୁ କଂଟେନମେଂଟ ଜୋନ ଭାବେ ଜିଲ୍ଲା ପ୍ରଶାସନ ଘୋଷଣ କରିଛନ୍ତି । ଆପାର୍ଟମେଂଟରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ଏହି ପଦକ୍ଷେପ ନେଇଛନ୍ତି ।