ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨, ମଞ୍ଜୁରୀ ଦେଲା କ୍ୟାବିନେଟ

ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨, ମଞ୍ଜୁରୀ ଦେଲା କ୍ୟାବିନେଟ

ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨, ମଞ୍ଜୁରୀ ଦେଲା କ୍ୟାବିନେଟ

ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୨ଟି ବିଭାଗର ୧୭ଟି ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି ।

ଓଡିଶା ଅକ୍ଷୟ ଶକ୍ତି ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଜରିଆରେ ୨୦୩୦ ସୁଦ୍ଧା ରାଜ୍ୟରେ ବିଭିନ୍ନ ଉତ୍ସରୁ ପ୍ରାୟ ୧୧ ହଜାର ମେଗାୱାଟ ଅକ୍ଷୟ ଶକ୍ତି କ୍ଷମତା ହାସଲ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଅନୁଯାୟୀ ଖାଦ୍ୟ ପ୍ରକ୍ରିୟାକରଣ ସହ ଜଡିତ ଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡିକୁ ଆବଶ୍ୟକ ଭିତ୍ତିଭୂମି ସହାୟତା ଓ ଆର୍ଥିକ ପ୍ରୋତ୍ସାହନ ଯୋଗାଇଦେବା ଏହି ନୀତିର ଲକ୍ଷ୍ୟ ।
 ରାଜ୍ୟ କ୍ୟାବିନେଟ ଏକ ନୂତନ Registered Vehicle Scrapping Facility Policy-୨୦୨୨କୁ ଅନୁମୋଦନ କରିଛି ।

ଯାନବାହନ ଜନିତ ବାୟୁ ପ୍ରଦୁଷଣ କମ୍‌ କରିବାରେ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାଦ୍ବାରା ୧୫ ବର୍ଷ ପୂରଣ କରିଥିବା ସମସ୍ତ ପୁରୁଣା ଗାଡିକୁ ସ୍କ୍ରାପିଂ କେନ୍ଦ୍ରରେ ସ୍କ୍ରାପ କରିବାକୁ ପଡିବ। ସ୍କ୍ରାପିଂ କରିଥିବା ବ୍ୟକ୍ତିମାନଙ୍କୁ ନୂଆ ଗାଡି କିଣିବା ପାଇଁ ପ୍ରୋତ୍ସାହନର ବ୍ୟବସ୍ଥା ରହିଛି ।