ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ଙ୍କ ଶପଥ ଗ୍ରହଣ।

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ଙ୍କ ଶପଥ ଗ୍ରହଣ।

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ଙ୍କ ଶପଥ ଗ୍ରହଣ।
ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ । ୩୧ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ରଫିକ୍‌ । ଭୁବନେଶ୍ବର ଲୋକସେବା ଭବନରେ ଶପଥ ନେଲେ ଜଷ୍ଟିସ୍‌ ରଫିକ୍‌ । ଜଷ୍ଟିସ୍‌ ରଫିକ୍‌ଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଶ୍ରୀଗଣେଣୀ ଲାଲ୍‌ । ଏହି ଶପଥ ଉତ୍ସବରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ, ପୋଲିସ ଡିଜି ଅଭୟ, ଆଡଭୋକେଟ୍‌ ଜେନେରାଲ୍‌ ଓ ଅନ୍ୟ ବିଚାରପତି ମଧ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ । ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯିବା ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଏପ୍ରିଲ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏପ୍ରିଲ ୧୮ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ତାଙ୍କ ନାମ ସୁପାରିସ କରିଥିଲା । ଏହାପରେ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ମିଳିବା ପରେ ଏ ସଂପର୍କିତ ବିଜ୍ଞପ୍ତି କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିଲା ।