କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୬୪୦ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୬୪୦ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୬୪୦ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ସ୍ଥାଣୁ ଅବସ୍ଥାରେ ରହିବା ପରେ ଆଜି ତଳକୁ ଖସିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ସଂକ୍ରମଣ ଅଧିକ ରହିଥିବା ଦେଖିବାକୁ ମିଳିଛି । ଏହା ମଧ୍ୟରେ ଆଜି ପୁଣି ୨୬୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୧୭ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୩ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୪୨୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୭୦ ହଜାର ୭୮୭ ରହିଥିବା ବେଳେ ୩୧ ହଜାର ୬୧୯ ଜଣ ଚିକିତ୍ସିତ ହେଉଛନ୍ତି । 

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୩୯୭ଜଣ, ବରଗଡ଼ରୁ ୨୧ ଜଣ, ଭଦ୍ରକରୁ ୧୨୮ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ୧୯ଜଣ, କଟକରୁ ୨୬୬ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬୭ଜଣ, ଗଜପତିରୁ ୧୮ ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୧୩୨ ଜଣ, ଯାଜପୁରରୁ ୧୬୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨୦ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୫ଜଣ, କେଉଁଝରରୁ ୭୦ଜଣ, ଖୋର୍ଦ୍ଧାରୁ ୩୬୫ ଜଣ, କୋରାପୁଟରୁ ୬୧ଜଣ, ମାଲକାନଗିରିରୁ ୬୪ଜଣ, ମୟୁରଭଞ୍ଜରୁ ୧୫୫ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ରୁ ୯୨ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୭୮ଜଣ, ରାୟଗଡ଼ାରୁ ୪୯ଜଣ, ସମ୍ୱଲପୁରରୁ ୨୩ଜଣ, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟ ପୁଲରୁ ୭୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।