କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ୨ ହଜାର ୯୫୭ ଜଣ ପଜିଟିଭ୍ ଚିହ୍ନଟ
କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ୨ ହଜାର ୯୫୭ ଜଣ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୨୯୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୯୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫୯ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୩ ହଜାର ୪୯୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪୪ ହଜାର ୮୦୧ ରହିଥିବା ବେଳେ ୩୪ ହଜାର ୯୬୫ ଜଣ ଚିକିତ୍ସିତ ହେଉଛନ୍ତି ।
ଅନୁଗୁଳ ଜିଲ୍ଳାରୁ ୧୧୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨୪୭ ଜଣ, ବରଗଡ଼ରୁ ୪୧ ଜଣ, ଭଦ୍ରକରୁ ୧୯୨ ଜଣ, ବଲାଙ୍ଗୀରରୁ ୩୭ ଜଣ, ବୌଦ୍ଧରୁ ୪୭ ଜଣ, କଟକରୁ ୨୭୨ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୪୨ ଜଣ, ଗଜପତିରୁ ୨୪ ଜଣ, ଗଞ୍ଜାମରୁ ୧୮ ଜଣ, ଜଗତ୍ସିଂହପୁରରୁ ୧୦୩ ଜଣ, ଯାଜପୁରରୁ ୨୬୦ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳରୁ ୫୧ ଜଣ, କେନ୍ଦ୍ରାପଡ଼ାରୁ ୧୧୬ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୪୦୮ ଜଣ, କୋରାପୁଟରୁ ୬୦ ଜଣ, ମାଲକାନଗିରିରୁ ୫ ଜଣ, ମୟୂରଞ୍ଜରୁ ୧୩୫ ଜଣ, ନବବରଙ୍ଗପୁରରୁ ୪୫ ଜଣ, ନୟାଗଡ଼ରୁ ୧୧୨ ଜଣ, ନୂଆପଡ଼ାରୁ ୧୦ ଜଣ, ପୁରୀରୁ ୨୧୯ ଜଣ, ରାୟଗଡ଼ାରୁ ୬୩ ଜଣ, ସମ୍ବଲପୁରରୁ ୨୮ ଜଣ, ସୋନପୁରରୁ ୨୫ ଜଣ, ସୁନ୍ଦରଗଡ଼ରୁ ୫୮ ଜଣ ଓ ଷ୍ଟେଟ୍ପୁଲ୍ରୁ ୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।




admin 