କରୋନା ଦ୍ୱିତୀୟ ଲହର: ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୧୭ ହଜାର ଚିହ୍ନଟ

କରୋନା ଦ୍ୱିତୀୟ ଲହର: ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୧୭ ହଜାର ଚିହ୍ନଟ

କରୋନା ଦ୍ୱିତୀୟ ଲହର: ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୧୭ ହଜାର ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଦେଶରେ ଆଜି ବି ରେକର୍ଡ ଭାଙ୍ଗିଲା ଦୈନିକ କରୋନା ସଂକ୍ରମଣ । ଆଜି ଦେଶରୁ ୨ ଲକ୍ଷ ୧୭ ହଜାର ୩୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ଯୋଗୁଁ ମହାରାଷ୍ଟ୍ରରେ ପ୍ରାୟ ଜିଲ୍ଲାରେ ଲକଡାଉନ ଘୋଷଣା କରାଯାଇଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ସହରରେ ନାଇଟକର୍ଫୁ ଲାଗିଲାଣି । ଆଜି ଆମ ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୧୭ ହଜାର ୩୫୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୧୧୮୫ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୭୪ ହଜାର ୩୦୮ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୯୧ ହଜାର ୯୧୭ ରେ ପହଂଚିଛି । ଦେଶରେ ୧୫ ଲକ୍ଷ ୬୯ ହଜାର ୭୪୩ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୧ କୋଟି ୨୫ ଲକ୍ଷ ୪୭ ହଜାର ୮୬୬ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୧୧ କୋଟି ୭୨ ଲକ୍ଷ ୨୩ ହଜାର ୫୦୯ ଜଣ ଟିକା ନେଇ ସାରିଲେଣୀ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ । ଗତ ୨୪ ଘଂଟା ମଧ୍ୟରେ ମହାରାଷ୍ଟ୍ରରେ ୬୧୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପଶ୍ଚିମବଙ୍ଗରେ ୬୭୬୯, ଦିଲ୍ଲୀରେ ୧୬୬୯୯ ଚିହ୍ନଟ ହୋଇଛନ୍ତି । କରୋନାରେ ସବୁଠାରୁ ସଂକ୍ରମିତ ୫ ରାଜ୍ୟ ହେଉଛନ୍ତି ମହାରାଷ୍ଟ୍ର (୩୫୭୮୧୬୦), କେରଳ (୧୧୮୯୧୭୫), କର୍ଣ୍ଣାଟକ (୧୦୯୪୯୧୨), ତାମିଲନାଡୁ (୯୫୪୯୪୮) ଓ ଆନ୍ଧ୍ରପ୍ରଦେଶ (୯୩୭୦୪୯) ।