କରୋନା ନେଲା ଆଉ ୧୬ ଜୀବନ

କରୋନା ନେଲା ଆଉ ୧୬ ଜୀବନ

କରୋନା ନେଲା ଆଉ ୧୬ ଜୀବନ
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ ତାଳ ଦେଇ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ସଂଖ୍ୟା ମଧ୍ୟ ଧୀରେ ଧୀରେ ବଢିବାରେ ଲାଗିଛି । ଗୁରୁବାର ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ସେହିପରି ନୟାଗଡ଼ରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଏହାଛଡ଼ା କଟକ ଓ ବାଲେଶ୍ୱରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ସେହିପରି ଜଗତସିଂହପୁର, କଳାହାଣ୍ଡି ଓ ବରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଫଳରେ ଆଜି ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି । ରାଜ୍ୟରେ ଆଉ ୩୬୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୨୧୦୯ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୧୪୯୧ ଜଣ ଆକ୍ରାନ୍ତ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୬ ହଜାର ୩୩୪ ରେ ପହଞ୍ଚିଛି । ଏହାଛଡ଼ା ଆକ୍ଟିଭ କେସ ୩୫ ହଜାର ୩୨୬ଥିବାବେଳେ ସୁସ୍ଥଙ୍କ ସଂଖ୍ୟା ୧ ଲକ୍ଷ ୯୦ ହଜାର ୦୮୦ରେ ପହଞ୍ଚିଛି ।