କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଅତି ଭୟଙ୍କର ରୂଦ ଧାରଣ କଲାଣି । ଛାତି ଥରାଇଦେଲା ଭଳି ହାରରେ ମାଡି ଚାଲିଛି କୋଭିଡର ଦ୍ୱିତୀୟ ଲହରୀ । ଦେଶରେ ଦୈନିକ ୩ ଲକ୍ଷ ଉପରେ କରୋନା ସଂକ୍ରମଣ ଚିହ୍ନଟ ହେଉଛନ୍ତି । ଆଜି ବି ଦେଶରୁ ୩ ଲକ୍ଷ ୩୨ ହଜାର ୭୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ମନେ ହେଉଛି ଯେମିତି କରୋନା ସୁନାମୀ ଗିଳିଯିବ ସାରା ଦେଶକୁ । କୋଭିଡ ଆରମ୍ଭ ହେବା ଦିନଠାରୁ ଏହା ବିଶ୍ୱରେ ସର୍ବାଧିକ ଦୈନିକ ସଂକ୍ରମଣ । ଏହା ଭିତରେ ସାମନାକୁ ଆସିଲା ଆଉ ଏକ ବଡ ଖବର । ତାହା ହେଲା କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା କରୁଛନ୍ତି । ଅଧିକ ସଂକ୍ରମିତ ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛନ୍ତି । ମହାରାଷ୍ଟ୍ର, ଉତରପ୍ରଦେଶ, ଦିଲ୍ଲୀ, ମଧ୍ୟପ୍ରଦେଶ, କେରଳ, ରାଜସ୍ଥାନ, ଛତିଶଗଡ, ଗୁଜରାଟ, ତାମିଲନାଡୁ, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଏହି ସମୀକ୍ଷା ବୈଠକରେ ସାମିଲ ହୋଇଛନ୍ତି ।