କଳା ଜଗତ ପାଇଁ ଦୁଃଖଦ ଖବର : ଅଭିନେତା ସତୀଶ କୌଶିକଙ୍କ ପରଲୋକ
ନୂଆଦିଲ୍ଲୀ: ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କ ପରଲୋକ । ୬୭ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି । ବରିଷ୍ଠ ଅଭିନେତା ଅନୁପମ ଖେର ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ । ବହୁ ଚଳଚ୍ଚିତ୍ର ଲାଗି ସେ ଚିତ୍ରନାଟ୍ୟ ମଧ୍ୟ ରଚନା କରିଥିଲେ ।
ସତୀଶ କୌଶିକ ୧୯୫୬ ମସିହା ଏପ୍ରିଲ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଛାତ୍ର ଜୀବନରୁ ତାଙ୍କର ଅଭିନୟ ପ୍ରତି ଆଗ୍ରହ ଥିଲା । କଲେଜ ଶିକ୍ଷା ଶେଷ ପରେ ସେ ଦିଲ୍ଲୀର ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ଓ ପୁନେର ଏଫଟିଆଇଆଇରେ ଅଧ୍ୟନ କରିଥିଲେ । ବଲିଉଡ଼ ଫିଲ୍ମ ମିଷ୍ଟର ଇଣ୍ଡିଆ, ଦିୱାନା ମସ୍ତାନା, ରାମଲକ୍ଷ୍ମଣ, ସାଜନ ଚଲେ ଶଶୁରାଲ ଛବିରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ । ସେ ୨ଥର ଶ୍ରେଷ୍ଠ ଅଭିନେତା ଭାବେ ଫିଲ୍ମ ଫେୟାର ପୁରସ୍କାର ଲାଭ କରିଥିଲେ ।




admin 