କାଳବୈଶାଖୀ : ଆସନ୍ତା ୨ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ-ୱାର୍ଣ୍ଣିଂ ଜାରି
କାଳବୈଶାଖୀ : ଆସନ୍ତା ୨ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ-ୱାର୍ଣ୍ଣିଂ ଜାରି
admin
May 12, 2021 - 05:24
Updated: May 12, 2021 - 05:24
ଭୁବନେଶ୍ୱର: ଗତକାଲି ପୂର୍ବାହ୍ନ ୧୦ଟା ବେଳକୁ ଆକାଶରେ କଳହାଣ୍ଡିଆ ମେଘ ଘୋଟି ଆସିଥିଲା । ମଧ୍ୟାହ୍ନ ୧୨ଟା ସୁଦ୍ଧା ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷି ଥିଲା । ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଢେ଼ଙ୍କାନାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହୋଇଥିଲା । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିଥିଲା । ଏତେ ଦିନରେ ଏଭଳି ବର୍ଷା ଆଜି ରାଜ୍ୟବାସୀଙ୍କୁ ଆଶ୍ୱସ୍ତି କରିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା ଏବେ ଅପେକ୍ଷାକୃତ କମ ରହିବ । ୨ ଦିନ ପରେ ତାପମାତ୍ରା ବୃଦ୍ଧି ପାଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେ଼ଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିିରି, ବୌଦ୍ଧ, ନବରଙ୍ଗପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସହ ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ରହିବ । ସେହିଭଳି ୧୩ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଢେ଼ଙ୍କାନାଳ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ଝଡ଼ତୋଫାନ ବର୍ଷା ହେବ । ଏଥିପାଇଁ ଗଜପତି, ରାୟଗଡ଼ା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ଆସନ୍ତା ଦୁଇ ଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।