କୁଟିଆ ପାଇଁ ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କୁଟିଆ ପାଇଁ ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କୁଟିଆ ପାଇଁ ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର ପଟାଙ୍ଗି ଅଂଚଳର କୁଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଲ୍ପର ଶୁଭାରମ୍ଭ କରିଛନ୍ତି । ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ ଐସଶଷ ଖରଙ୍ଖରକ୍ଷ ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି । ସମୁଦାୟ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଆମର ମା । ଓଡିଆ ଆମର ଭାଷା । ମହାପ୍ରଭୁ ଜଗନ୍ନାଥ ଆମର ବଡ ଠାକୁର । ଜଗନ୍ନାଥ ସଂସ୍କୃତି ଆମର ସଂସ୍କୃତି । କୋରାପୁଟକୁ ଆମେ ଦ୍ବିତୀୟ ଶ୍ରୀକ୍ଷେତ୍ର ବୋଲି କହିଥାଉ । ସ୍ବାଧୀନତା ସଂଗ୍ରାମରେ ମଧ୍ୟ କୋରାପୁଟର ବଡ ଭୂମିକା ବିଷୟରେ ଆଲୋକପାତ କରି ସେ ଏହି ଅବସରରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି କାର୍ୟ୍ୟକ୍ରମରେ ଯୋଗଦେଇ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବିକାଶ ମୂଳକ କାର୍ୟ୍ୟକ୍ରମ ଯୋଗୁ କୁଟିଆ ପଞ୍ଚାୟତରେ ବହୁତ ଉନ୍ନତି ଆସିଛି । ଗାଁର ଲୋକମାନେ ରାସ୍ତାଘାଟ, ପାଣି, ବିଜୁଳି, ଶିକ୍ଷା ଆଦି ବିଭିନ୍ନ ସୁବିଧା ପାଇପାରୁଛନ୍ତି । ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ । କୋରାପୁଟ ଓ ପଟାଙ୍ଗିର ବିଧାୟକ ମଧ୍ୟ ଏହି ଅବସରରେ ନିଜର ମତବ୍ୟକ୍ତ କରି କୁଟିଆ ଆଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ । କୁଟିଆ ପଞ୍ଚାୟତର ପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ମାନେ ମଧ୍ୟ ଏହି ଅବସରରେ ନିଜର ମତାମତ ରଖି କୁଟିଆ ପଞ୍ଚାୟତ ଏବଂ ସାରା ଜିଲ୍ଲାରେ ବିଭିନ୍ନ କାର୍ୟ୍ୟକ୍ରମର ସୁଫଳ ସଂପର୍କରେ କିପରି ଲୋକମାନେ ପାଉଛନ୍ତି, ସେ ବିଷୟରେ ଆଲୋକପାତ କରିଥିଲେ । ଏହି କାର୍ୟ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ସଂଯୋଜନା କରିଥିଲେ। କୋରାପୁଟ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅର୍ଥ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ ।