କ୍ୟାବିନେଟରେ ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ
କ୍ୟାବିନେଟରେ ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ କ୍ୟାବିନେଟରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୂଚନା ଦେଇଛନ୍ତି ।
ଏହି ଅବସରରେ ୨ଟି ଜିଲ୍ଲାରେ ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ରାୟଗଡ଼ା ଜିଲ୍ଲାର ୧୫ ପଞ୍ଚାୟତ ଓ କୋରାପୁଟର ୩୧ ପଞ୍ଚାୟତକୁ ପାଣି ମିଳିବ । ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକର ୭ ଓ କୋଲନାରା ବ୍ଲକରର ୮ ପଞ୍ଚାୟତ ଏବଂ କୋରାପୁଟର ଜିଲ୍ଲା ଜୟପୁର ବ୍ଲକର ୧୫ ଓ କୁନ୍ଦ୍ରା ବ୍ଲକର ୧୬ ପଞ୍ଚାୟତକୁ ପାଣି ମିଳିବ ।




admin 