ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍ ।

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍ ।

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍ ।
ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍ । ଆଜି ପୂଜାର୍ଚ୍ଚନା ପରେ ପ୍ରଥମେ ୪ଟି ଗେଟ୍ ଖୋଲାଯାଇଛି। ଏହାପରେ ପର୍ୟ୍ୟାୟକ୍ରମେ ୧୦ଟି ଗେଟ୍ ଖୋଲାଯିବ। ଏଥିପାଇଁ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଛି । ହୀରାକୁଦ ଜଳଭଣ୍ଡାରରୁ ଚଳିତବର୍ଷର ପ୍ରଥମ ଜଳ ନିଷ୍କାସନ ହେବ ବୋଲି ଗତକାଲି ସୂଚନା ଦିଆଯାଇଥିଲା। ସକାଳ ୧୦ଟା ପରେ ପାରମ୍ପରିକ ପୂଜାର୍ଚ୍ଚନା ପରେ ଗେଟ୍ ଖୋଲିବା ପାଇଁ ସମୟ ଧାର୍ୟ୍ୟ ହୋଇଥିଲା। ତେବେ କରୋନା କଟକଣା ଯୋଗୁ ଏଥର କେବଳ ବିଧିରକ୍ଷାରେ ପୂଜା ହୋଇଛି । ସାଧାରଣତଃ ହୀରାକୁଦରୁ ଛଡ଼ାଯାଉଥିବା ବନ୍ୟାଜଳ ଖଇରମାଳ ଏବଂ ବରମୁଳ ପହଞ୍ଚିବା ପାଇଁ ୧୨ରୁ ୧୬ ଘଣ୍ଟା ଲାଗିଯାଏ । ୩୬ରୁ ୪୮ ଘଣ୍ଟା ମଧ୍ୟରେ ଏହା ମୁଣ୍ଡୁଳିରେ ପହଞ୍ଚିଥାଏ । ଏଥିପାଇଁ ହୀରାକୁଦ ଗେଟ୍ ଖୋଲିବା ପୂର୍ବରୁ ସେଠାରେ ସତର୍କ ସୂଚନା ଜାରି କରାଯାଏ। ଏନେଇ ଡ୍ୟାମ୍ କର୍ତ୍ତୃପକ୍ଷ ତଳମୁଣ୍ଡର ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛନ୍ତି । ତଳମୁଣ୍ଡରେ ଥିବା ଜିଲ୍ଲାଗୁଡିକରେ ମହାନଦୀ ଭିତରକୁ ମତ୍ସ୍ୟଜୀବୀ ମାନଙ୍କୁ ଯିବା ପାଇଁ ବାରଣ କରାଯାଇଛି ।