ଘଡଘଡି ସହ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଘଡଘଡି ସହ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଘଡଘଡି ସହ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି


ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ସହ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଗାମୀ ୨୪ ଘଣ୍ଟାରେ ବଜ୍ରପାତ ସହ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବଜ୍ରପାତକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ ଏବଂ ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ଆଗାମୀ ୩ରୁ ୪ ଦିନ ମଧ୍ୟରେ ଦେଶର ଉତ୍ତର-ପଶ୍ଚିମ ଭାଗର ଅନେକ ଅଂଶ ଓ ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ଅଞ୍ଚଳର କିଛି ଭାଗରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଗତ ୨୪ ଘଣ୍ଟାରେ ମାଥିଲିରେ ସର୍ବାଧିକ ୬୪ ମିମି ବର୍ଷା ହୋଇଥିବା ବେଳେ ନୂଆଗଡ ୫୮ମିମି, ପୋଲସରା ୫୨.୬ମିମି ରେକର୍ଡ ହୋଇଛି। ମଙ୍ଗଳବାର ଚାନ୍ଦବାଲି, କୋରାପୁଟ ଏବଂ ବୌଦ୍ଧରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।