ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ୪୪୫ ପ୍ରାର୍ଥୀ
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ୪୪୫ ପ୍ରାର୍ଥୀ
admin
Apr 10, 2019 - 05:43
Updated: Apr 10, 2019 - 05:43
ଭୁବନେଶ୍ୱର : ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ବିଧାନସଭା ଆସନ ନିମନ୍ତେ ଶେଷ ଦିନରେ ୧୭୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୮୪ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୬୧ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରି·ଳନା କରିବା ନିମନ୍ତେ ବର୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୮୬୬୦
ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୪୭୫୩୨ ଜଣଙ୍କୁ ଅଟକ ରଖାଯାଇଛି । ୫୦୪୪ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୨୧୪ଟି ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୧୧୨୫୧୯.୯୪୫ ବଲ୍କ ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୩୧ ଲକ୍ଷ ୯୧ ହଜାର ୨୬୫ ଟଙ୍କା । ଫ୍ଲାଇଙ୍ଗ ସ୍କ୍ୱାଡ୍ ଓ ପୋଲିସ ଦ୍ୱାରା ଆଜି ପର୍ଯ୍ୟନ୍ତ ୨ କୋଟି ୩୧ ଲକ୍ଷ ୧୯ ହଜାର ୪୦୦ ଟଙ୍କା ଜବତ କରାଯାଇଛି । ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୩୪ ଲକ୍ଷ ୪୧ ହଜାର ୭୮୮ ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୨ ଲକ୍ଷ ୯୦ ହଜାର ୩୨୯ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି ।
ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତମାନ ସୁଦ୍ଧା ୬୬୯ଟି କଲ୍ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି ।