ଜଗଦୀପ ଧନକର ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ଜଗଦୀପ ଧନକର ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଏନ୍ଡିଏ। ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକର ହୋଇଛନ୍ତି ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ। ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି। ଉକ୍ତ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ନୀତିନ ଗଡ଼କରୀ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ବିଜେପି ସାଧାରଣ ସମ୍ପାଦକ ବିଏଲ ସନ୍ତୋଷ ପ୍ରମୁଖ ଯୋଗ ଦେଇଥିଲେ।
ଆଲୋଚନା ପରେ ଧନକରଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା। ପୂର୍ବତନ ସଂଖ୍ୟାଲଘୁ କଲ୍ୟାଣ ମନ୍ତ୍ରୀ ମୁକ୍ତାର ଅବାସ ନକଭି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏପରିକି କେରଳର ରାଜ୍ୟପାଳ ଆରିଫ ମହମ୍ମଦ ଖାନ, କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ଥିଲା। ହେଲେ ବିଜେପି ଜଗଦୀପ ଧନକରଙ୍କୁ ପ୍ରାର୍ଥୀ କରିଛି। ୨୦୧୯ରେ ଜଗଦୀପ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ।




admin 