ଜିଲ୍ଲା ପରିଷଦ ସଭ୍ୟଙ୍କ ଝୁଲନ୍ତା ମୃତଦେହ
ଜିଲ୍ଲା ପରିଷଦ ସଭ୍ୟଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର : ସମ୍ପର୍କୀୟଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ଜିଲ୍ଲା ପରିଷଦ ସଭ୍ୟ ମୃତଦେହ । ଆତ୍ମହତ୍ୟା କରିଥିବା ଜିଲ୍ଲା ପରିଷଦ ସଭ୍ୟ ହେଉଛନ୍ତି ପୁରୀ ଜିଲ୍ଲା ଗୋପ ୧୧ ନଂ ଜୋନର ଧର୍ମେନ୍ଦ୍ର ସାହୁ । ଭୁବନେଶ୍ୱର ଶିଶୁପାଳଗଡ ଲକ୍ଷ୍ମୀବିହାରସ୍ଥିତ ସମ୍ପର୍କୀୟଙ୍କ ଘରୁ ମିଳିଛି ମୃତଦେହ ଠାବ କରାଯାଇଛି। ତେବେ ପାରିବାରକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।
ସୂଚନା ମୁତାବିକ, ଜିଲ୍ଲା ପରିଷଦ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ କରିଥିବା ପୋଷ୍ଟ କରିଛନ୍ତି। ଏହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ସେ ପୋଷ୍ଟରେ ଉଲ୍ଲେଖ କରିଛନ୍ତି “ମୋ ଫୋନ ୨ଟାରେ ସବୁ ଭିଡିଓ ରହିଛି, ତାହା ଦ୍ବାରା ସତ ଲୋକଲୋଚନକୁ ଆଣିବେ । ଏଭଳି କିଛି ଲେଖା ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କଲା ପୋଲିସ । ଏଥି ସହିତ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।