ଟଳି ପଡିଲେ ୨ ଆତଙ୍କୀ

ଟଳି ପଡିଲେ ୨ ଆତଙ୍କୀ

ଟଳି ପଡିଲେ ୨ ଆତଙ୍କୀ
ଶ୍ରୀନଗର : ଜମ୍ମୁ-କଶ୍ମୀର କୁଲଗାମରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଗୋପାଲପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିଲା। ଏଠାରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି। ସଂପୃକ୍ତ ଅଂଚଳରେ ଆହୁରି ୨ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ଜଣା ଯାଇଛି ।