ଡିଜେ ଆଜେକ୍ସ ମୃତ୍ୟୁ ଘଟଣା, ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ
ଭୁବନେଶ୍ୱର : ଓଡିଆ ଡିଜେ ଆଜେକ୍ସଙ୍କ ମୃତ୍ୟୁ ଘଟଣାରେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ଶ୍ୱାସରୁଦ୍ଧ ହୋଇ ଅକ୍ଷୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ଏହା ସହିତ ଆଜେକ୍ସଙ୍କ ବେକରେ ଦଉଡିର ଦାଗ ରହିଛି । ପୋଲିସକୁ ସିଡିଆର ରିପୋର୍ଟ ହସ୍ତଗତ କରାଯାଇଛି ।
ଅନ୍ୟପଟେ , ଆଜି ପ୍ରେମିକା ଏବଂ ତାଙ୍କ ସାଙ୍ଗକୁ ଡାକି ପୋଲିସ ବୟାନ ରେକର୍ଡ କରିବା ନେଇ ସୂଚନା ରହିଛି । ଘଟଣାରେ ମୃତକଙ୍କ ପ୍ରେମିକା ଓ ପ୍ରେମିକାଙ୍କ ସାଙ୍ଗ ନାଁରେ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି ପୋଲିସ । ଆଇପିସିରି ଧାରା ୩୦୬, ୩୪୬ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି । ଏହି ଲୋକପ୍ରିୟ ‘ଡିଜେ ଆଜେକ୍ସ’ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।
ପରିବାର ଲୋକଙ୍କ ତରଫରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲ ନିଆଯାଇ ଥିବାବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ତାଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢୁଥିବାବେଳେ ଏହାର ପ୍ରକୃତ କାରଣ କଣ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ସେହିପରି ମୃତକଙ୍କ ମୋବାଇଲରେ ଯୁବତୀଙ୍କ ସହ ଚାଟ କରିଥିବା ଫଟୋ ମଧ୍ୟ ସାମ୍ନାକୁ ଆସିଛି । ତେବେ କାହିଁକି ସେ ଏଭଳି ଚରମ ନିଷ୍ପତ୍ତି ନେଲେ, ସେ ନେଇ ପୋଲିସର ତଦନ୍ତ ଜାରି ରହିଛି ।




admin 