ଦିନକରେ ୩ ଲକ୍ଷ ୩୩ ହଜାର ୫୩୩ ଆକ୍ରାନ୍ତ
ଦିନକରେ ୩ ଲକ୍ଷ ୩୩ ହଜାର ୫୩୩ ଆକ୍ରାନ୍ତ
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ସାମାନ୍ୟ କମିଲେ ବି ଏବେ ବି ଚିନ୍ତାଜନକ ସ୍ଥିତି। ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୩୩ ହଜାର ୫୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ବର୍ତ୍ତମାନ ଦୈନିକ ପଜିଟିଭ ହାର ୧୭.୭୮ ପ୍ରତିଶତ ରହିଛି । ଅନ୍ୟପକ୍ଷରେ ଗଲା ୨୪ ଘଣ୍ଟାରେ ଦେଶରେ ୫୨୫ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।
ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୪୧୭୧ କମ୍ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୯୨,୩୭,୨୬୪ରେ ପହଞ୍ଚିଛି।
ବର୍ତ୍ତମାନ ଆକ୍ଟିଭ୍ କେସ୍ ସଂଖ୍ୟା ୨୧ ଲକ୍ଷ ୮୭ ହଜାର ୨୦୫ ରହିଛି । ସେହିପରି ଭାବରେ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୯ ହଜାର ୧୬୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସନ୍ଧ୍ୟା ସୁଦ୍ଧା ସମୁଦାୟ ୧,୬୧,୯୨,୮୪,୨୭୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।




admin 