ଦେଶରୁ ଦିନକରେ ୩୦,୫୪୯ ନୂଆ କରୋନା ପଜିଟିଭ୍ ଚିହ୍ନଟ
ଦେଶରୁ ଦିନକରେ ୩୦,୫୪୯ ନୂଆ କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ କମିଲା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୩୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ ଅଧିକ ରହିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୫୪୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୨୨ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୭,୨୬,୫୦୭ ଓ ମୃତ୍ୟୁସଂଖ୍ୟା ୪,୨୫,୧୯୫ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୮୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୦୮,୯୬,୩୫୪ରେ ପହଞ୍ଚିଛି । ଏହା ବ୍ୟତିରକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୪,୯୫୮। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୭,୮୫,୪୪,୧୧୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୬୧,୦୯,୫୮୭ ଡୋଜ୍ ଟିକା ।




admin 