ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୧, ୬୭, ୦୫୯ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୧, ୬୭, ୦୫୯ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୧, ୬୭, ୦୫୯ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଗତ ୨୪ଘଣ୍ଟାରେ ଦେଶରେ  ୧ଲକ୍ଷ ୬୭ହଜାର ୫୯ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା  ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୧୪ଲକ୍ଷ ୬୯ହଜାର ୪୯୯କୁ ବୃଦ୍ଧି ପାଇଛି । ଦେଶରେ ଦୈନିକ ପଜିଟିଭ୍ ହାର ୧୧.୬୯ ପ୍ରତିଶତ ରହିଛି ।

 

ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧୭ଲକ୍ଷ ଉପରେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୧୭ଲକ୍ଷ ୪୩ହଜାର ୫୯ ରହିଛି । ଗତ ୨୪ଘଣ୍ଟାରେ ୨ଲକ୍ଷ ୫୪ହଜାର ୭୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ମୋଟ ୩କୋଟି ୯୨ଲକ୍ଷ ୩୦ହଜାର ୧୯୮ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତିି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।  ଦେଶରେ  ଟିକାକରଣ ପ୍ରକ୍ରିୟା ମଧ୍ୟ  ଦ୍ରୁତ ବେଗରେ ଚାଲିଛି । ଦେଶରେ ୧୬୬କୋଟି ୭୦ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ କରାଯାଇଛି ।