ଦେଶରେ କରୋନା ସୁନାମୀ: ଦିନକରେ ୨ ଲକ୍ଷ ୫୭ ହଜାର ପଜିଟିଭ୍ ଚିହ୍ନଟ

ଦେଶରେ କରୋନା ସୁନାମୀ: ଦିନକରେ ୨ ଲକ୍ଷ ୫୭ ହଜାର ପଜିଟିଭ୍ ଚିହ୍ନଟ

ଦେଶରେ କରୋନା ସୁନାମୀ: ଦିନକରେ ୨ ଲକ୍ଷ ୫୭ ହଜାର ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ:ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆକ୍ରାନ୍ତଙ୍କ ସହ ତାଳ ଦେଇ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୫୭ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୧୯୪ ରହିଥିବା ଜଣାପଡ଼ିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୭,୨୯୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪,୧୯୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୬୨,୮୯,୨୯୦ ଓ ମୃତ୍ୟୁସଂଖ୍ୟା ୨,୯୫,୫୨୫ରେ ପହଞ୍ଚିଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୭,୬୩୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୩୦,୭୦,୩୬୫ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୯,୨୩,୪୦୦।