ଦେଶରେ ପୁଣି ବଢ଼ୁଛି କରୋନା, ୨୪ ଘଣ୍ଟାରେ ୩୧୫୭ ସଂକ୍ରମିତ ଚିହ୍ନଟ
ଦେଶରେ ପୁଣି ବଢ଼ୁଛି କରୋନା, ୨୪ ଘଣ୍ଟାରେ ୩୧୫୭ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ କାୟା ମେଲାଉଛି ମହାମାରୀ । ୩ ହଜାରରୁ ଅଧିକ ରହୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୩,୧୫୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ଗତକାଲି(ରବିବାର) ତୁଳନାରେ କମ୍ । ଦିନକରେ ଦେଶରେ ୨୬ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୯,୫୦୦କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪,୨୫,୩୮,୯୭୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏବଂ ୫,୨୩,୮୬୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ଦେଶବ୍ୟାପୀ ସମୁଦାୟ ୧,୮୯,୨୩,୯୮,୩୪୭ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।




admin 