ଦେଶରେ ୨୦୦ ପାର କଲା ଓମିକ୍ରନ୍
ଦେଶରେ ୨୦୦ ପାର କଲା ଓମିକ୍ରନ୍
ନୂଆଦିଲ୍ଲୀ: ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସଂଖ୍ୟା ୨୦୦ ପାର୍ କରିଛି। ବାଣିଜ୍ୟ ନଗରୀ ମୁମ୍ବାଇ ଏବଂ ଜାତୀୟ ରାଜଧାନୀରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
ସୂଚନା ଅନୁଯାୟୀ, ମଙ୍ଗଳବାର ସୁଦ୍ଧା ଦେଶରେ ୨୦୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦିଲ୍ଲୀ ଏବଂ ମୁମ୍ବାଇରୁ ୫୪ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ତେଲେଙ୍ଗାନାରୁ ୨୦, କର୍ଣ୍ଣାଟକରୁ ୧୯, ରାଜସ୍ଥାନରୁ ୧୮ ଏବଂ ଗୁଜୁରାଟରୁ ୧୪, ଉତ୍ତର ପ୍ରଦେଶରୁ ୨, ଆନ୍ଧ୍ର ପ୍ରଦେଶ, ଚଣ୍ଡିଗଡ, ତାମିଲନାଡୁ ଓ ପଶ୍ଚିମବଙ୍ଗରୁ ଗୋଟିଏ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ଦିଲ୍ଲୀରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି ।