ଦେଶରେ ୨୪ ଘଣ୍ଟାରେ ୧୦, ୪୮୮ ସଂକ୍ରମିତ ଚିହ୍ନଟ
ଦେଶରେ ୨୪ ଘଣ୍ଟାରେ ୧୦, ୪୮୮ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧୦,୪୮୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୩୧୩ ମୃତ୍ୟୁ ରେକର୍ଡ କରାଯାଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୧୦,୪୧୩ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ୪,୬୫,୬୬୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୩୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୨୨,୦୩୭।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୨୨,୭୧୪।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୬,୫୦,୫୫,୨୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୩,୧୬,୪୯,୩୭୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୦,୭୪,୦୯୯ଟି ନମୁନା।




admin 