ଦେଶରେ ୨୪ ଘଣ୍ଟାରେ ୨୫, ୯୨୦ ନୂଆ ସଂକ୍ରମିତ

ଦେଶରେ ୨୪ ଘଣ୍ଟାରେ ୨୫, ୯୨୦ ନୂଆ ସଂକ୍ରମିତ

ଦେଶରେ ୨୪ ଘଣ୍ଟାରେ ୨୫, ୯୨୦ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଦେଶରେ ୨୫ହଜାର ୯୨୦ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା  ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ବର୍ତ୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ୨୭ଲକ୍ଷ ୮୦ହଜାର ୨୩୫କୁ ବୃଦ୍ଧି ପାଇଛି । ଦେଶରେ ଦୈନିକ ପଜିଟିଭ୍ ହାର ୨.୨୩ପ୍ରତିଶତ ରହିଛି ।

 ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୪ଲକ୍ଷ ତଳେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୬ଲକ୍ଷ ୯୭ହଜାର ୭୭୧ରହିଛି ।   ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୧୯ଲକ୍ଷ ୭୭ହଜାର ୨୩୮ରେ ପହଞ୍ଚି ଯାଇଛି । ଦେଶରେ  ଟିକାକରଣ ପ୍ରକ୍ରିୟା ମଧ୍ୟ  ଦ୍ରୁତ ବେଗରେ ଚାଲିଛି ।