ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ଭୁବନେଶ୍ବର: ଆଜି ୭୪ ବର୍ଷରେ ପାଦ ଥାପିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ଟୁଇଟରେ ଟୁଇଟ କରି ନବୀନଙ୍କୁ ତାଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ।ସେ ଲେଖିଛନ୍ତି ‘ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା । ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି’। ନବୀନ ମଧ୍ୟ ମୋଦିଙ୍କ ଟୁଇଟର ଜାବବ ଦେଇ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀଙ୍କୁ।ତେବେ ବାତ୍ୟା ଫୋନି ଯୋଗୁ ରାଜ୍ୟରେ ହୋଇଥିବା କ୍ଷୟକ୍ଷତି ଲାଗି ଜନ୍ମଦିନ ପାଳନ ନ କରିବାକୁ ମନସ୍ଥ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସମର୍ଥକମାନଙ୍କୁ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହା ପରିବର୍ତ୍ତେ ଅନାଥାଶ୍ରମ, ଦିବ୍ୟାଙ୍ଗଙ୍କ ପାଖକୁ ଯାଇ ସେମାନଙ୍କ ପାଇଁ କିଛି କରିବାକୁ ପରାମର୍ଶ ଦେଇଛନ୍ତି। ସାଥୀରେ ପିଲାଙ୍କୁ ମଧ୍ୟ ନେବାକୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।