ନବୀନ ଓଡ଼ିଶାର ବିଶ୍ଵକର୍ମା
ନବୀନ ଓଡ଼ିଶାର ବିଶ୍ଵକର୍ମା
ଭୁବନେଶ୍ବର: "୧୯୯୭ ଏପ୍ରିଲ ୧୭ ତାରିଖରେ ବିଜୁ ବାବୁଙ୍କ ଦେହାନ୍ତ ପରେ କିଏ ଓଡ଼ିଶାର ନେତୃତ୍ଵ ନେବ, ଏହାକୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ଘୋର ନିରାଶାର ଅନ୍ଧକାର ସୃଷ୍ଟି ହୋଇଥିଲା । ଏହି ଅନ୍ଧକାର ଭିତରେ ତାଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ଓଡ଼ିଶାକାରୀଙ୍କ ଉତ୍କଣ୍ଠା ଓ ଆକାଂକ୍ଷାର ଅନ୍ତ ଘଟାଇ ଆଶାର ଆଲୋକ ହୋଇ ଉଭା ହୋଇଥିଲେ । ବିଜୁବାବୁଙ୍କ ସ୍ଵପ୍ନକୁ ପୂରଣ କରିବା ପାଇଁ ସେଦିନ ସେ ସଂକଳ୍ପ ନେଇଥିଲେ । ସେବେଠୁ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ଉତ୍ସର୍ଗୀକୃତ ଭାବେ କାମ କରିଚାଲିଛନ୍ତି ।" ଆଜି ନବୀନ ଓଡ଼ିଶାର ବିଶ୍ଵକର୍ମା ଏବଂ ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା ଓ ଉପସାର ପ୍ରତୀକ ସାଜିଛନ୍ତି । ୨୫ ବର୍ଷ ତଳେ ନବୀନ ବାବୁ ବିଜେଡିର ଯେଉଁ ଚାରାଟିଏ ପୋତିଥିଲେ, ତାହା ଆଜି ମହାଦ୍ରୁମରେ ପରିଣତ ହୋଇଛି । ଓଡ଼ିଶାରେ ସ୍ଵାର୍ଥ ରକ୍ଷା ପାଇଁ ବିଜୁ ଜନତା ଦଳ ଏକ ସାମୂହିକ ଆନ୍ଦୋଳନର ରୂପ ନେଇଛି । ଏତେ ବର୍ଷ ପରେ ବି ଦଳ ଏହାର ପ୍ରତିବଦ୍ଧତାରୁ ବିଚ୍ୟୁତ ହୋଇନାହିଁ । ତେଣୁ ଏହି ପ୍ରତିବଦ୍ଧତାକୁ ଆଗକୁ ନେବା ଲାଗି ଆମର ଉତ୍ତରଦାୟିତ୍ଵ ରହିଛି ବୋଲି ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ।।
ଅନ୍ୟପକ୍ଷରେ ଆମ ଦଳ ଲୋକଙ୍କ ସାଥୀରେ ଅଛି । ଲୋକଙ୍କ ପାଇଁ କାମ କରୁଛି । ତେଣୁ ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ୟ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ, ତାହା ଉପରେ ଧ୍ୟାନ ଦିଅ । କର୍ଣ୍ଣାଟକ ବେଙ୍ଗାଲୁରରୁ ଏମିତି ବାର୍ତ୍ତା ଦେଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗାନ୍ଧୀ ଜୟନ୍ତୀରୁ ସାରା ରାଜ୍ୟରେ ଆରମ୍ଭ ହେଉଥିବା ବିଜୁ ଜନତା ଦଳର ଏକ ମାସ ବ୍ୟାପି ଜନସମ୍ପର୍କ ପଦଯାତ୍ରାକୁ ସଫଳ କରିବାକୁ ନବୀନ ବେଙ୍ଗାଲୁରରୁ ଆହ୍ଵାନ ଦେଇଛନ୍ତି ।




admin 