ନବ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନବ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନବ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର:  ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା ସହିତ ଶୋକସନ୍ତପ୍ତ ପରିବାର ପ୍ରତି ଜଣାଇଛନ୍ତି ସମବେଦନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍‌ କରି ଗଭୀର ଶୋକ ପ୍ରକାଶ କରି ଲେଖିଛନ୍ତି ଓଡ଼ିଶା ସରକାରଙ୍କ ମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ଏକ ଦୁର୍ଭାଗ୍ୟଜନକ, ତାଙ୍କର ଦେହାନ୍ତରେ ମୁଁ ଦୁଃଖିତ। ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ  ଦୁଃଖ ପ୍ରକାଶ କରି ଟ୍ୱିଟ କରିଛନ୍ତି । ସେ କହିଛନ୍ତି, ‘ଗୁଳିମାଡ ପରେ ହସ୍ପିଟାଲରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି।