ନୂଆ ଆଇନରେ ଚାଷୀ ଉପକୃତ ହେବ:ଧର୍ମେନ୍ଦ୍ର

ନୂଆ ଆଇନରେ ଚାଷୀ ଉପକୃତ ହେବ:ଧର୍ମେନ୍ଦ୍ର

ନୂଆ ଆଇନରେ ଚାଷୀ ଉପକୃତ ହେବ:ଧର୍ମେନ୍ଦ୍ର
ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନରେ କେବଳ କୃଷକମାନେ ହିଁ ଉପକୃତ ହେବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପ୍ରଧାନ ଏହା କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ, ନୂଆ କୃଷି ଆଇନ ଦ୍ୱାରା ଉପôାଦନ, ଷ୍ଟୋରେଜ ଓ ମାର୍କେଟିଂ ବ୍ୟବସ୍ଥାରେ ସୁଧାର ଆସିବ । ୭୦ ବର୍ଷ ତଳେ ଯେଉଁ ବ୍ୟବସ୍ଥା ଥିଲା ସେଥିରେ ପରିବର୍ତ୍ତନ ଆସିବ । ଏପିଓ ଲାଗୁ ହେବ, ମଧ୍ୟସ୍ଥି ବ୍ୟବସ୍ଥା ଉଚ୍ଛେଦ ହେବ । ଯେଉଁ ପର୍ଯ୍ୟନ୍ତ ମୋଦୀ ପ୍ରଧାନମନ୍ତ୍ରୀ ଅଛନ୍ତି ଏମଏସପି ବନ୍ଦ ହେବନାହିଁ । କୃଷି ଭିତ୍ତିଭୂମିର ବିକାଶ ପାଇଁ ୧ ଲକ୍ଷ କୋଟିର ବ୍ୟୟ ଅଟକଳ ହୋଇଛି । ମାତ୍ର ୨୬ଟି ସାମଗ୍ରୀ ଉପରେ ଏମଏସପି ବ୍ୟବସ୍ଥା ରହିଛି । ଯେଉଁ ସାମଗ୍ରୀ ପାଇଁ ଏମଏସପି ନାହିଁ, ସେସବୁ ପାଇଁ ବଜାର ଦରକାର । ଏଥିପାଇଁ ସରକାର କୃଷି ଆଇନରେ ସାଂସ୍କାର ଆଣିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।