ପଞ୍ଚୁକରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବସିଲା ପ୍ରସ୍ତୁତି ବୈଠକ |
କାର୍ତ୍ତିକ ମାସର ପଞ୍ଚୁକରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ l ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ସହ ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲ୍ଲାପାଳଙ୍କ ଅଧକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l
ପଞ୍ଚକ ସମୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଭିନ୍ନ ଭିନ୍ନ ବେଶ ଅନୁଷ୍ଠିତ ହେବ l ତେବେ ମହାପ୍ରଭୁଙ୍କ ଏହି ଦିବ୍ୟ ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼ ଜମିବ l ଭକ୍ତମାନେ କିପରି ଶାନ୍ତି ଶୃଙ୍ଖଳାରେ ଦର୍ଶନ କରି ଭଲ ଅନୁଭୂତି ନେଇ ଫେରିବେ ସେ ନେଇ ଶ୍ରୀ ମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି l କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା l ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବଡ଼ଦାଣ୍ଡରେ ସ୍ୱତନ୍ତ୍ର ବାରିକେଟ କରାଯାଉଛି l ଭକ୍ତଙ୍କ ପାଇଁ ପାନୀୟଜଳ, ଫ୍ୟାନ ଏବଂ ସୂଚନା କେନ୍ଦ୍ରର ବ୍ୟାପକ ବ୍ୟବସ୍ଥା କରାଯିବା ନେଇ ବୈଠକରେ ଆଲୋଚନା କରାଯାଇଥିଲା l ଏହି ବୈଠକରେ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ଏବଂ ସେବାୟତ ଉପସ୍ଥିତ ଥିଲେ l




UBC Desk 