ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି
ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି
ଭୁବନେଶ୍ୱର: ରାଜ୍ୟରେ ପଂଚାୟତ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ୧୭ ତାରିଖୁ ୨୧ ଯାଏଁ ଚାଲିବ। ମନୋନୟନ ପତ୍ର ଯାଂଚ ୨୨ ତାରିଖରେ ହେବ। ଜାନୁଆରୀ ୨୫ରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ୫ଟି ପର୍ୟ୍ୟାୟରେ ହେବ ଚଳିତ ପଞ୍ଚାୟତ ନିର୍ବାଚନ। ପ୍ରତି ପର୍ୟ୍ୟାୟ ମଧ୍ୟରେ ଗୋଟିଏ ଦିନ ବ୍ୟବଧାନ ରହିବ। ଆସନ୍ତା ଫେବ୍ରୁଆରୀ ୧୬, ୧୮, ୨୦, ୨୨, ୨୪ ତାରିଖରେ ନିର୍ବାଚନ ହେବ। ସେହିଭଳି ଫେବ୍ରୁଆରୀ ୨୬, ୨୭ ଓ ୨୮ ତାରିଖରେ ୩ଟି ପର୍ୟ୍ୟାୟରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।
ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହେଲା ପରେ ଗ୍ରାମାଞ୍ଚଳରେ ରାଜନୀତି ଚଳଚଞ୍ଚଳ। କିନ୍ତୁ ରାଜ୍ୟରେ କୋଭିଡ୍ ସଂକ୍ରମଣ ଉପରମୁହାଁ ଥିବାରୁ କଡା କଟକଣା ଭିତରେ ପ୍ରଚାର କରିବାକୁ ନିର୍ବାଚନ କମିସନ ଗତକାଲି ନିଦେ୍ର୍ଧଶ ଦେଇଥିଲେ। ତାହାକୁ ଭିତ୍ତି କରି ସ୍ୱତନ୍ତ୍ର ରିଲିଫ୍ କମିସନର୍ଙ୍କ ପକ୍ଷରୁ ବୁଧବାର ଦିନ ନିର୍ବାଚନ ପାଇଁ କୋଭିଡ୍ ଗାଇଡ୍ଲାଇନ୍ ଜାରି କରାଯାଇଛି। ଚଳିତ ମାସରେ ସର୍ବାଧିକ ୧୦୦ ଲୋକଙ୍କୁ ନେଇ ରାଜନୈତିକ ସଭା, ଶୋଭାଯାତ୍ରା ପାଇଁ ପୂର୍ବରୁ ଅନୁମତି ଥିଲା ବେଳେ ବୁଧବାର ତାହାକୁ ଉଠାଇ ଦିଆଯାଇଛି। ନିର୍ବାଚନୀ ସଭା, ଶୋଭାଯାତ୍ରାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ପ୍ରାର୍ଥୀମାନେ ସର୍ବାଧିକ ୫ ଜଣ ସମର୍ଥକଙ୍କୁ ନେଇ ଘରକୁ ଘରକୁ ବୁଲି ପ୍ରଚାର କରିବେ ବୋଲି ସ୍ପଷ୍ଟ ନିଦେ୍ର୍ଧଶ ଦିଆଯାଇଛି। ସମସ୍ତେ ମାସ୍କ ପିନ୍ଧି ପ୍ରଚାର କରିବା ବାଧ୍ୟତାମୂଳକ। ଏହାକୁ ଉଲ୍ଲଂଘନ କଲେ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି।




admin 