ପ୍ରତି ଜିଲ୍ଲାରେ ହେବ ମିଶନ ଶକ୍ତି ଭବନ, ଏଥିପାଇଁ ପ୍ରତି ଜିଲ୍ଲାକୁ ଏକ କୋଟି ଟଙ୍କା

ପ୍ରତି ଜିଲ୍ଲାରେ ହେବ ମିଶନ ଶକ୍ତି ଭବନ, ଏଥିପାଇଁ ପ୍ରତି ଜିଲ୍ଲାକୁ ଏକ କୋଟି ଟଙ୍କା

ପ୍ରତି ଜିଲ୍ଲାରେ ହେବ ମିଶନ ଶକ୍ତି ଭବନ, ଏଥିପାଇଁ ପ୍ରତି ଜିଲ୍ଲାକୁ ଏକ କୋଟି ଟଙ୍କା

ମିଶନ ଶକ୍ତି ଫେଡେରେସନ୍ର ସଦସ୍ୟ ମାନଙ୍କ ବୈଠକ  ଓ ଗସ୍ତ ଭତ୍ତା ପାଇଁ ୨୦୦ କୋଟି ଟଙ୍କା ମଞ୍ଜୁରୀ

ମା ମାନଙ୍କ ସଶକ୍ତିକରଣ ଦିଗରେ ଓଡିଶା ମିଶନ ଶକ୍ତି

ସବୁବେଳେ ବାଟ ଦେଖାଇ ଚାଲିବ  - ମୁଖ୍ୟମନ୍ତ୍ରୀ

ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିବାପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ କାର୍ୟ୍ୟକ୍ରମ ଆରମ୍ଭ କରିଛନ୍ତି । ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥାର ଶୁଭାରମ୍ଭ, କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କ ପୋଷାକ ପାଇଁ ଭତ୍ତା ଘୋଷଣା, ଫେଡେରେସନ ଇସି ମେମ୍ବର ମାନଙ୍କ ବୈଠକ ବାବଦ ଦେୟ ଓ ଗସ୍ତ ପାଇଁ  ଭତ୍ତା ଘୋଷଣା, ଜିଲ୍ଲା ସ୍ତରରେ ମିଶନ ଶକ୍ତି ଗଠନ ପାଇଁ ପ୍ରତ୍ୟେକ ଜିଲ୍ଲାକୁ ଏକ କୋଟି ଟଙ୍କା ଲେଖାଏ ଘୋଷଣା ଆଦି ଅନେକ କାର୍ୟ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ତୃଣମୂଳ ସ୍ତରରେ ମିଶନ ଶକ୍ତି ଆନ୍ଦୋଳନ ଆହୁରି ଜୋରଦାର ହେବା ସହିତ ଆର୍ଥିକ ଦୃଷ୍ଟିରୁ ଅଧିକ ସଶକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।


 ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି ଯେ ମା ମାନଙ୍କ ସଶକ୍ତିକରଣ ବିନା କୌଣସି ରାଜ୍ୟ ବା ଦେଶ କିମ୍ବା ପରିବାର ଆଗେଇ ପାରିବ ନାହିଁ । ଓଡିଶା ମିଶନ ଶକ୍ତି ମା ମାନଙ୍କ ସଶକ୍ତିକରଣ ଦିଗରେ ସବୁବେଳେ ବାଟ ଦେଖାଇ ଚାଲିବ।  


         ୨୦ ବର୍ଷ ତଳେ ଆରମ୍ଭ ହୋଇଥିବା ମିଶନ ଶକ୍ତି କାର୍ୟ୍ୟକ୍ରମ ଆଜି ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଆନ୍ଦୋଳନ ହୋଇପାରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସ୍ବତନ୍ତ୍ର ବିଭାଗ ଅଛି ।


 ମିଶନ ଶକ୍ତି ପାଇଁ ୫୦୦୦ କୋଟି ଟଙ୍କାର କାମ ଦେବା ପାଇଁ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଥିବା ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ରାଜ୍ୟ ସରକାରଙ୍କ ୨୧ଟି ବିଭାଗ ମିଶନ ଶକ୍ତିକୁ କାମ ଯୋଗାଇ ଦେଉଛନ୍ତି ।