ପ୍ରଦୀପ ପାଣିଗ୍ରାହୀ ଓ ଅଭୟକାନ୍ତ ପାଠକଙ୍କୁ କରୋନା ପଜିଟିଭ୍

ପ୍ରଦୀପ ପାଣିଗ୍ରାହୀ ଓ ଅଭୟକାନ୍ତ ପାଠକଙ୍କୁ କରୋନା ପଜିଟିଭ୍

ପ୍ରଦୀପ ପାଣିଗ୍ରାହୀ ଓ ଅଭୟକାନ୍ତ ପାଠକଙ୍କୁ କରୋନା ପଜିଟିଭ୍
ଭୁବନେଶ୍ୱର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ ଏହାରି ଭିତରେ ପ୍ରଦୀପ ପାଣିଗ୍ରାହୀ ଓ ଅଭୟକାନ୍ତ ପାଠକଙ୍କୁ କରୋନା ପଜିଟିଭ । ଝାରପଡା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହ କରୋନା ସଂକ୍ରମଣ ହୋଇଛନ୍ତି । ସେହିପରି ଆଇଏଫଏସ ଅଭୟକାନ୍ତ ପାଠକ ମଧ୍ୟ କୋଭିଡ ସଂକ୍ରମଣ ହୋଇଛନ୍ତି । ଉଭୟଙ୍କୁ ଝାରପଡା ଜେଲରେ ଆଇସୋଲେସନରେ ରଖାଯାଇଛି । କାଲି ଝାରପଡା ଜେଲରେ ୯୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ ।