ପ୍ରାତଃ ଭ୍ରମଣ ବେଳେ ଦୁର୍ଘଟଣା, ୨ ମହିଳା ମୃତ
ପ୍ରାତଃ ଭ୍ରମଣ ବେଳେ ଦୁର୍ଘଟଣା, ୨ ମହିଳା ମୃତ

ଖୋର୍ଦ୍ଧା: ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି। ଚାଲିଗଲା ୨ ମହିଳାଙ୍କ ଜୀବନ। ରବିାର ସକାଳୁ ସକାଳୁ ଏହି ଦୁଃଖଦ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କପାସିଆ ଛକ ନିକଟରେ।
୫୭ ନମ୍ବର ଜାତୀୟ ରାଜପଥରେ ଏହି ଦୁଇ ମହିଳା ଚାଲି ଚାଲି ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ଧକ୍କା ଦେଇ ଚାଲି ଯାଇଥିଲା। ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ଘଟିଛି।
ଏହି ଘଟଣାପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ଖୋର୍ଦ୍ଧା ଓ ବଲାଙ୍ଗୀର ମଧ୍ୟରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ବୋଲଗଡ଼ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।