ବହୁ ଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ : ୨୨ ବର୍ଷ ପରେ ବିବନ ବିଶ୍ୱାଳ ଗିରଫ

ବହୁ ଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ : ୨୨ ବର୍ଷ ପରେ ବିବନ ବିଶ୍ୱାଳ ଗିରଫ

ବହୁ  ଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ : ୨୨ ବର୍ଷ ପରେ ବିବନ ବିଶ୍ୱାଳ ଗିରଫ
ଭୁବନେଶ୍ୱର: ବହୁ ଚଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ ଘଟଣା ରେ ମୁଖ୍ୟ ଅଭିଯୁକ୍ତ ବିବନ ଗିରଫ ହୋଇଛି । ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଗିରଫ କରିଛି କମିଶନରେଟ୍ ପୋଲିସ । ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ଧରାପଡିଛି । ପ୍ରେସମିଟରେ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି । ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ କହିଛନ୍ତି ଯେ, ୧୯୯୯ ଜାନୁଆରୀ ୯ରେ ଘଟିଥିଲା ଏହି ବହୁ ଚର୍ଚ୍ଚିତ ଗଣଦୁଷ୍କର୍ମ ଘଟଣା । ବାରଙ୍ଗ ଥାନା ଅଂଚଳରେ କାର ଭିତରେ ଗଣଦୁଷ୍କର୍ମ ଘଟିଥିଲା । ବେଲଗଛିଆ ମହଲା ଓ ଭାଲୁକା ଜଙ୍ଗଲରେ ଗଣଦୁଷ୍କର୍ମ କରିଥିଲା । ୩/୪ ଘଂଟା ଧରି ଅମାନୁଷିକ ଭାବେ ଜଘନ୍ୟ କାଣ୍ଡ ଘଟାଇଥିଲେ । ଗଣଦୁଷ୍କର୍ମ ପରେ ଫେରାର ବିବନ ପୁଣେରେ ରହୁଥିଲା ।ପୁଣେ ଆମ୍ବି ଭ୍ୟାଲିରେ ବିବନ ନାମ ବଦଳାଇ ରହୁଥିଲା । ବିବନ ନିଜ ନାମ ଜଳନ୍ଧର ସ୍ୱାଇଁ ପରିଚୟ ଦେଇ ପାଇପ୍ ମିସ୍ତ୍ରୀ ଭାବେ କାମ କରୁଥିଲା । ପରିଚୟ ପତ୍ର , ଆଧାର କାର୍ଡ, ପାସବୁକ ଜଳନ୍ଧର ନାଁରେ କରିଥିଲା । ୩ ମାସ ତାଳ ସାଇଲେଂଟ ଭାଇପର ଅଭିଯାନ ଆରମ୍ଭ କରିଥିଲୁ ବୋଲି ଶ୍ରୀ ଷଡଙ୍ଗୀ କହିଛନ୍ତି ।