ବାତ୍ୟା ପାଇଁ ଏହି ସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ବାତ୍ୟା ପାଇଁ ଏହି ସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ବାତ୍ୟା ପାଇଁ ଏହି ସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର : ବାତ୍ୟା ପାଇଁ ଏବେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି  । ପ୍ରଶାସନିକସ୍ତରରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି  । ସମ୍ଭାବ୍ୟ ବାତ୍ୟାକୁ ଆଖିଆଗରେ ରଖି ବାତ୍ୟା ଆଶ୍ରୟସ୍ଥଳୀ ବି ପ୍ରସ୍ତୁତ କରାଯାଉଛି  ।

ଅପରପକ୍ଷରେ ପାଣି ପାଗ ବିଭାଗ ପକ୍ଷରୁ 4 ତାରିଖ ପାଇଁ କିଛି ଜିଲ୍ଲାରେ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି  । ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ପାଇଁ ରେଡ଼ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ଏହିସବୁ ଜିଲ୍ଲା ଉପରେ ଅଧିକ ଗୁରୁତ୍ୱାରୋପ କରାଯାଇଛି  । ସେହିପରି କୋରାପୁଟ, ରାୟଗଡ଼ା, କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  । ଏହାଛଡ଼ା କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ ରାୟଗଡ଼ା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ  । ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମାଲକାନାଗିରି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  ।

ସେହିପରି 5 ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ ଓ ପୁରୀ ନିମନ୍ତେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ନିମନ୍ତେ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି  ।