ଭୁବନେଶ୍ୱର କୋର୍ଟକୁ ୭ ଦିନ ପାଇଁ ସିଲ୍ କଲା ବିଏମସି

ଭୁବନେଶ୍ୱର କୋର୍ଟକୁ ୭ ଦିନ ପାଇଁ ସିଲ୍ କଲା ବିଏମସି

ଭୁବନେଶ୍ୱର କୋର୍ଟକୁ ୭ ଦିନ ପାଇଁ ସିଲ୍ କଲା ବିଏମସି
ଭୁବନେଶ୍ୱର: ରାଜଧାନୀରେ କରୋନାକୁ ନେଇ ଅଣାୟତ୍ତ ପରିସ୍ଥିତି ସୃଷ୍ଟି ହୋଇଛି । ସହରରେ କରୋନା ବେକାବୁ ହୋଇଛି । ଜାନୁଆରୀରୁ ମାର୍ଚ୍ଚ ପର୍ଯ୍ୟନ୍ତ ନିୟନ୍ତ୍ରଣରେ ଥିବା ଭୁବନେଶ୍ୱର ଏବେ ଅଣାୟତ୍ତ ହେବାରେ ଲାଗିଛି । ଏପ୍ରିଲରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗୁଛି । ଭୁବନେଶ୍ୱର ଏକରକମ ରେଡ ଜୋନକୁ ଆସିଯାଇଛି । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଭୁବନେଶ୍ୱର କୋର୍ଟକୁ ୭ ଦିନ ପାଇଁ ସିଲ୍ କରାଯାଇଛି । ଭୁବନେଶ୍ୱର ଲୁଇସ୍ ରୋଡ ସ୍ଥିତ ଜିଲ୍ଲା ଦୌରା ଅଦାଲତକୁ ବିଏମସି ସିଲ୍ କରିଛି । ଆଜି ଠାରୁ ମେ ୫ ତାରିଖ ଯାଏ ଭୁବନେଶ୍ୱର କୋର୍ଟ ସିଲ୍ ହୋଇଛି । କୋଭିଡ ପଜିଟିଭ ଚିହ୍ନଟ ପରେ ୭ ଦିନ ପାଇଁ ସିଲ ହୋଇଥିବା ସୂଚନା ମିଳିଛି ।